6ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ
8ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।