12ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
14ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
15ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।