1ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
2ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4“ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।