25ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;