27ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।