31ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
35ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।