7ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
8ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ।
9ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
10ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।