ହିତୋପଦେଶ 9

ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।

Proverbs 9:12 (UKJV) If you be wise, you shall be wise for yourself: but if you scorn, you alone shall bear it.

10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।

11ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।

12ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।

13ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।

14ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.