14ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।
15ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16“ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”
18ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।