3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
5“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।
6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।