8ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
9ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
10ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।
11ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
12ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।