10ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।
11ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
12ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।
13ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ?
14ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।