15ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ; ଆଉ, ତୁମ୍ଭେ ମନ୍ଦ ଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
16ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।
17ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
18ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।