ଗୀତସଂହିତା 10

ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।

Psalm 10:2 (UKJV) The wicked in his pride does persecute the poor: let them be taken in the devices that they have imagined.

1ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?

2ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।

3କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।

4ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.