5ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।
6ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
7ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।
8ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
9ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।