ଗୀତସଂହିତା 100

ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।

Psalm 100:2 (UKJV) Serve the LORD with gladness: come before his presence with singing.

1ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।

2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।

3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।

4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.