ଗୀତସଂହିତା 100

ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।

Psalm 100:4 (UKJV) Enter into his gates with thanksgiving, and into his courts with praise: be thankful unto him, and bless his name.

2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।

3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।

4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।

5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.