1ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
2ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
3ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।
4କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
5ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।