ଗୀତସଂହିତା 101

ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।

Psalm 101:8 (UKJV) I will early destroy all the wicked of the land; that I may cut off all wicked doers from the city of the LORD.

6ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

7ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।

8ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.