11ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
12ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
13ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
14ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।