15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
16କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
19କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;