1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
2ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
3କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।