18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
19କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;