ଗୀତସଂହିତା 102

ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।

Psalm 102:25 (UKJV) Of old have you laid the foundation of the earth: and the heavens are the work of your hands.

23ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।

24ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”

25ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।

26ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।

27ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.