3କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
5ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
7ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;