5ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
7ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
8ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।
9କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।