ଗୀତସଂହିତା 103

ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।

Psalm 103:13 (UKJV) Like a father pities his children, so the LORD pities them that fear him.

11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।

12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।

13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।

14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।

15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.