12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
16ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।