17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
19ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
20ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
21ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।