1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।