6ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
7ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
9ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।