15ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
16ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
17ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।
18ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ।
19ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।