ଗୀତସଂହିତା 104

ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।

Psalm 104:19 (UKJV) He appointed the moon for seasons: the sun knows his going down.

17ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।

18ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍‍ର ଆଶ୍ରୟ।

19ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।

20ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନ-ପଶୁ ବାହାରି ଭ୍ରମଣ କରନ୍ତି।

21ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.