ଗୀତସଂହିତା 104

ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।

Psalm 104:21 (UKJV) The young lions roar after their prey, and seek their food from God.

19ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।

20ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନ-ପଶୁ ବାହାରି ଭ୍ରମଣ କରନ୍ତି।

21ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।

22ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି।

23ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.