23ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।
24ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
25ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି।
26ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।
27ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।