1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
2ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
3ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
4ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।
5ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।