28ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି।
29ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।
30ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ।
31ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
32ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।