31ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
32ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
33ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
34ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।
35ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।