3ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
4ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।
5ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
6ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା।
7ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;