6ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା।
7ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;
8ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।
9ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।
10ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;