9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
10ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
11“ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।”
12ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
13ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।