13ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
14ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
15“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
16ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;