17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;
19ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;