ଗୀତସଂହିତା 105

ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।

Psalm 105:2 (UKJV) Sing unto him, sing psalms unto him: talk all of you of all his wondrous works.

1ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।

2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।

3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।

4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.