19ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
22ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
23ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା।