23ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା।
24ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
25ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।
26ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।
27ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।