28ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
29ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ।
30ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
31ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
32ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।