34ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
35ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
36ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
38ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।