37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
38ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
39ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
40ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
41ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।