40ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
41ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
42କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
44ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,